ଆଉ ୬ ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

0


ଭୁବନେଶ୍ବର : ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ ପ୍ରେସ୍ ବିଜ୍ଞପ୍ତି ଜରିଆରେ କହିଛନ୍ତି, କେନ୍ଦୁଝର ଜିଲ୍ଲା ଘସିପୁରାରେ ବିଜେପି ଶମ୍ଭୁନାଥ ରାଉତଙ୍କୁ ପ୍ରାର୍ଥୀ କରିଛି। ସେହିପରି ବାଲେଶ୍ବର ଜିଲ୍ଲା ଭୋଗରାଇରେ ଆଶିଷ ପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀରେ ସୁଧାଂଶୁ ନାୟକ, ଯାଜପୁର ଜିଲ୍ଲା ବରୀରେ ଉମେଶ ଜେନା, ବାରବାଟୀ କଟକରେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ପ୍ରକାଶ ରଣ ବିଜୁଲିଙ୍କୁ ବିଜେପି ଟିକେଟ୍ ମିଳିଛି। ତେବେ ବିଜେପି ପକ୍ଷରୁ ଆଉ ମାତ୍ର ଗୋଟିଏ ଆସନ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି ।

ବିଜେଡିର ଆଉ ୩ ଆସନ ପାଇଁ ପ୍ରାର୍ଥୀ


କୋରେଇରୁ ସନ୍ଧ୍ୟାରାଣୀ ଦାସ ପ୍ରାର୍ଥୀ ହୋଇଥିବାବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରି ଆସନରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ସନ୍ଧ୍ୟାରାଣୀ ଦାସ ବିଜେଡି ସଂଗଠନ ସମ୍ପାଦକ ବବି ଦାସଙ୍କ ମା’। ସେହିପରି ଦେବଗଡ଼ ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ଦେବଗଡ଼ ବିଧାନସଭା ପ୍ରାର୍ଥୀ ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କୁ ପ୍ରାର୍ଥୀ କରାଯାଇଛି।

Leave A Reply

Your email address will not be published.