ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି, ଭଞ୍ଜନଗର ଏନଏସି ହେବ ମୁନିସିପାଲିଟି

0

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିର ର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବର ର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା । ୫ଞ ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଗତ ମାସ ରେ ମୁଖ୍ୟମନ୍ତ୍ରୀ ୩୫ ଟି ନୂଆ ଏନଏସି ଓ ୫ ଟି ନୂଆ ମୁନିସିପାଲିଟି ଗଠନ ବିଷୟ ଘୋଷଣା କରିଥିଲେ ।

Leave A Reply

Your email address will not be published.