ମିଶନ ଶକ୍ତି : ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ

0

ଭୁବନେଶ୍ବର: ମିଶନ ଶକ୍ତି ଅଧିନରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ। ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି। ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ। ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି।

Leave A Reply

Your email address will not be published.