ହିଞ୍ଜିଳିରୁ ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶୁକ୍ରବାର ପୂର୍ବରୁ କଣ୍ଟାବାଞ୍ଜିରୁ ବି ପ୍ରାର୍ଥୀପତ୍ର ଦାଖଲ ସମ୍ଭାବନା

0

ଛତ୍ରପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ହିଞ୍ଜିଳିକାଟୁ ବିଧାନସଭା ଆସନ ପାଇଁ ମଙ୍ଗଳବାର (ଏପ୍ରିଲ୍ ୩୦) ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଓ ମନ୍ତ୍ରୀ ବିକ୍ରମକେଶରୀ ଆରୁଖ ପ୍ରମୁଖ ଉପସ୍ଥିତ ଥିଲେ। ମେ ୨୦ରେ ଦ୍ବିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।

ଆଜି ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍‌ରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଥିଲେ। ସେଠାରୁ କାର୍‌ରେ ମା’ତାରାତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା ପରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ହିଞ୍ଜିଳି ସମେତ ପଶ୍ଚିମ ଓଡ଼ିଶାର କଣ୍ଟାବାଞ୍ଜିରୁ ବି ନିର୍ବାଚନ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ । କିନ୍ତୁ କଣ୍ଟାବାଞ୍ଜିରୁ ସେ କେବେ ପ୍ରାର୍ଥୀପତ୍ର ଦାଖଲ କରିବେ ତାହା ନିର୍ଦ୍ଦିଷ୍ଟ ହୋଇନାହିଁ । ତେବେ କଣ୍ଟାବାଞ୍ଜିରେ ବି ମେ ୨୦ରେ ନିର୍ବାଚନ ହେବାକୁ ଥିବାରୁ ଓ ପ୍ରାର୍ଥୀପତ୍ର ଦାଖଲ ଶେଷ ତାରିଖ ମେ ୩ ହୋଇଥିବାରୁ ସେ ଆସନ୍ତା ଦିନେ-ଦୁଇ ଦିନ ମଧ୍ୟରେ ନିଶ୍ଚିତ ଭାବେ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବାର ସମ୍ଭାବନା ରହିଛି ।

 

Leave A Reply

Your email address will not be published.