ବାଜିଲା ନିର୍ବାଚନ ବିଗୁଲ, ଦେଶରେ ଏପ୍ରିଲ ୧୩ରୁ ଜୁନ ୧ ମଧ୍ୟରେ ଭୋଟଗ୍ରହଣ, ଓଡ଼ିଶାରେ ମେ ୧୩, ୨୦, ୨୫ ଓ ଜୁନ ୧ରେ ଭୋଟ ଗ୍ରହଣ, ଜୁନ ୪ରେ ଗଣତି

0

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିଶନ। ସାରା ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଜୁନ ୪ରେ ଭୋଟ ଗଣତି ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର।
ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଓଡ଼ିଶାରେ ଭୋଟ ଗ୍ରହଣ ହେବ ।
ଏପ୍ରିଲ ୧୯ରେ ୨୧ଟି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟରେ ୮୯ଟି ଆସନରେ ମତଦାନ ହେବ। ସେହିପରି ମେ’ ୭ ରେ ତୃତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟର ଭୋଟରମାନେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ୪ର୍ଥ ପର୍ଯ୍ୟାୟ ଭୋଟ ୧୩ ମେ ୫ମ ପର୍ଯ୍ୟାୟ ୨୦ ମେରେ ଅନୁଷ୍ଠିତ ହେବ । ୬ଷ୍ଠ ପର୍ଯ୍ୟାୟ ୨୫ ମେ ଓ ୭ମ ପର୍ଯ୍ୟାୟ ୧ ଜୁନରେ ହେବ ।
ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର କହିଛନ୍ତି ଯେ ସପ୍ତଦଶ ଲୋକସଭାର କାର୍ଯ୍ୟକାଳ ୨୦୨୪ ଜୁନ୍ ୧୬ରେ ଶେଷ ହେଉଛି। ୯୭ କୋଟି ପଞ୍ଜୀକୃତ ଭୋଟର ଅଛନ୍ତି। ୧୮ରୁ ୨୯ ବର୍ଷର ଯୁବ ଭୋଟର ସଂଖ୍ୟା ୨୧ କୋଟି ରହିଛି । ସେହିପରି ଦେଶରେ ୨ ଲକ୍ଷ ୧୮ ହଜାର ଶତାୟୁ ଭୋଟର ରହିଛନ୍ତି । ୮୫ ବର୍ଷରୁ ଅଧିକ ବୟସର ଭୋଟର ଘରେ ବସି ଭୋଟ ଦେଇପାରିବେ । ଏଥିପାଇଁ ସେମାନଙ୍କ ଘରକୁ ଫର୍ମ ପଠାଇଦିଆଯିବ ।

Leave A Reply

Your email address will not be published.