2028 ସୁଦ୍ଧା ଚାଲିବ ଭୁବନେଶ୍ବର ମେଟ୍ରୋ

0

ଭୁବନେଶ୍ବର: ନୂଆବର୍ଷରେ ବହୁପ୍ରତୀକ୍ଷିତ ମେଟ୍ରୋ ରେଳର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତ୍ରିଶୁଳିଆ ନିକଟ ରତଗଡ଼ର ଲେଙ୍କା ସାହିରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ମେୟର ସୁଲୋଚନା ଦାସ, କଟକ ମେୟର ସୁବାସ ସିଂହ, ମନ୍ତ୍ରୀ ଉଷା ଦେବୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଯୋଗ ଦେଇଛନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମୋଟ ୬୨୫୫ କୋଟି ଟଙ୍କା ବ୍ୟୟ ହେବ। ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପକଳ୍ପର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟଠାରୁ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ ୨୬ କିଲୋମିଟର ପର୍ଯ୍ୟନ୍ତ ଏହି ମେଟ୍ରୋ ରେଳ ଚାଲିବ। ଏହା ମଧ୍ୟରେ ମୋଟ ୨୦ଟି ଷ୍ଟେସନ ରହିବ। ରାଜମହଲ, ଜୟଦେବ ବିହାର, କ୍ୟାପିଟାଲ ହସପିଟାଲ, ପଟିଆ ପ୍ରଭୃତି ପ୍ରମୁଖ ସ୍ଥାନ ସହ ଅନ୍ୟ ଜାଗାରେ ଷ୍ଟେସନ ବ୍ୟବସ୍ଥା ହେବ। ଚଳିତ ବର୍ଷ ଏପ୍ରିଲ ପହିଲାରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଘୋଷଣା କରିଥିଲେ। ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ଏହାର ଡିପିଆର ପ୍ରସ୍ତୁତ କରିଛି।

Leave A Reply

Your email address will not be published.