ଶନିବାର ଅପରାହ୍ଣ ୩ଟାରେ ନିର୍ବାଚନ ତାରିଖ ଘୋଷଣା କରିବେ ନିର୍ବାଚନ କମିସନ

0

ନୂଆଦିଲ୍ଲୀ: ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଶନିବାର ଦିନ କାର୍ଯ୍ୟସୂଚୀ ଘୋଷଣା ହେବ। ନିର୍ବାଚନ କମିଶନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହି ସୂଚନା ଦେଇଛନ୍ତି । ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଶନିବାର ଅପରାହ୍ନ ୩ଟାରେ ନିର୍ବାଚନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ କରାଯିବ, ଯେଉଁଥିରେ ତାରିଖ ଘୋଷଣା କରାଯିବ। ଲୋକସଭା ନିର୍ବାଚନ ସହିତ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ଓଡ଼ିଶା ଓ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ତାରିଖ ମଧ୍ୟ ଘୋଷଣା କରାଯିବ।

ଆଜି ନବନିଯୁକ୍ତ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଓ ସୁଖବୀର ସିଂହ ସାନ୍ଧୁ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅନ୍ୟପକ୍ଷରେ ଲୋକସଭା ନିର୍ବାଚନ ପାଇଁ ସମସ୍ତ ବିରୋଧୀ ଦଳ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ବିଜେପି, କଂଗ୍ରେସ, ତୃଣମୂଳ କଂଗ୍ରେସ ଏବଂ ଆମ୍ ଆଦମୀ ପାର୍ଟି ମଧ୍ୟ ନିଜର ପ୍ରାର୍ଥୀ ତାଲିକା ଜାରି କରିଛନ୍ତି। ଶେଷ ଥର ପାଇଁ ୨୦୧୯ ସାଧାରଣ ନିର୍ବାଚନ ଏପ୍ରିଲ ୧୧ରୁ ମେ ୧୯ ମଧ୍ୟରେ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା ଏବଂ ମେ ୨୩ରେ ଭୋଟ୍ ଗଣତି ହୋଇଥିଲା। ଏଥର କେତୋଟି ପର୍ଯ୍ୟାୟରେ ହେବ ତାହା ଉପରେ ସମସ୍ତଙ୍କ ନଜର ରହିବ ।

Leave A Reply

Your email address will not be published.