ବିଜେଡ଼ି ଛାଡ଼ି ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

0

ଭୁବନେଶ୍ବର: ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଦଳରେ ଲଗାତାର ଅବହେଳା ଅଭିଯୋଗ କରି ସେ ଆଜି ପୂର୍ବାହ୍ଣରେ ବିଜେଡିରୁ ଇସ୍ତଫା ଦେଇଥିଲେ । ବିଜେଡ଼ି ଛାଡ଼ିବାର ପ୍ରାୟ ଦୁଇ ଘଣ୍ଟା ପରେ ସେ ବିଜେପିରେ ଯୋଗ ଦେଇଥିଲେ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟ ନିର୍ବାଚନ ପ୍ରଭାରୀ, ସଭାପତି ମନମୋହନ ସାମଲ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ, ପୂର୍ବତନ ବିଧାୟକ ପ୍ରଶାନ୍ତ ଜବଦ୍ଦେବ ଓ ବରିଷ୍ଠ ନେତା ସଜ୍ଜନ ଶର୍ମାଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି।

ପ୍ରିୟଦର୍ଶୀ ୨୦୧୪ରୁ ୨୦୧୯ ଯାଏ ଉତ୍ତର ଭୁବନେଶ୍ବରର ବିଧାୟକ ଥିଲେ। ୨୦୧୯ ପରଠାରୁ ତାଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉନଥିଲା। ୨୦୧୯ରେ ଦଳ ଉତ୍ତର ଭୁବନେଶ୍ୱରରୁ ସୁଶାନ୍ତ ରାଉତଙ୍କୁ ଟିକେଟ୍ ଦେଇଥିଲା । ଏଥର ବି ସୁଶାନ୍ତଙ୍କୁ ଟିକେଟ ମିଳିବା ନେଇ ଚର୍ଚ୍ଚା ହେଉଛି । ଏ ନେଇ ଦଳ ତାଙ୍କୁ ସବୁଜ ସଙ୍କେତ ଦେଇଥିବା କୁହାଯାଉଛି । ଏହାକୁ ଦୃଷ୍ଟିରେ ରଖି ପ୍ରିୟଦର୍ଶୀ ବିଜେଡ଼ିଛାଡ଼ି ଦେଇଥିବା ଚର୍ଚ୍ଚା ହେଉଛି ।

 

 

Leave A Reply

Your email address will not be published.