ସମଲେଇ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

0

ସମ୍ବଲପୁର: ହୋମଯଜ୍ଞ ଓ ଚଣ୍ଡୀପାଠ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମଲେଇ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆଜି ମଧ୍ୟାହ୍ନ ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ ଯୋଗେ ପହଞ୍ଚିଥିଲେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ନ ପ୍ରାୟ ୧ଟାରେ ଏହି ମନ୍ଦିର ଲୋକାର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବି ଉପସ୍ଥିତ ଥିଲେ।

ଉଲ୍ଲେଖ ଥାଉ କି ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି। ଏଥିରେ ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଇଛି।

ତେବେ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ। ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର। ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି। ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ। ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି। ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି। ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ। ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ। ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ।

Leave A Reply

Your email address will not be published.